A package of Rs.352 crore to MANAREGA workers by Chief Minister Naveen Patnaik
A package of Rs_352 crore to MANAREGA workers by Chief Minister Naveen Pattanayak ମନରେଗା ଶ୍ରମିକଙ୍କୁ ମୂଖ୍ଯମନ୍ତ୍ରୀ ନବୀନ_ପଟ୍ଟନାୟକଙ୍କ ଦ୍ଵାରା ୩୫୨ କୋଟିର ପ୍ୟାକେଜ
କୋଭିଡ ସମୟରେ ମନରେଗା ଶ୍ରମିକଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟନାୟକ ₹୩୫୨ କୋଟିର ସ୍ୱତନ୍ତ୍ର #COVID19 ପ୍ୟାକେଜ୍ ଘୋଷଣା କରିବାକୁ ଯାଉଛନ୍ତି। ଆଜି ସନ୍ଧ୍ୟାରେ ଏହାର ଶୁଭାରମ୍ଭ ହେଉଛି। #OdishaCares ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ରାଜ୍ୟର ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ନିୟୋଜିତ ଶ୍ରମିକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି। ଏପ୍ରିଲରୁ ଜୁନ ମାସ ପର୍ଯ୍ୟନ୍ତ କାମ କରିଥିବା ଶ୍ରମିକଙ୍କୁ ପ୍ରତ୍ଯେକ ଦିନର ମଜୁରି ସହ ଅତିରିକ୍ତ ୫୦ ଟଙ୍କା ପ୍ରଦାନ କରାଗଲା। ଏହି ସହାୟତା ରାଶି ହିତାଧିକାରୀଙ୍କ ବ୍ଯାଙ୍କ ଆକାଉଣ୍ଟରେ ଜମା କରାଯାଇଛି । ଏହାଦ୍ବାରା ପ୍ରତ୍ଯେକ ଶ୍ରମିକ ୪୫୦୦ ଟଙ୍କା ପର୍ଯ୍ୟନ୍ତ ଅତିରିକ୍ତ ମଜୁରି ପାଇଛନ୍ତି। ସମୁଦାୟ ୩୨ ଲକ୍ଷ ଶ୍ରମିକ ୩୫୨ କୋଟି ଟଙ୍କାର ସହାୟତା ପାଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ ଯେ ଗରିବ ଲୋକଙ୍କ ପାଇଁ ମୋ ହୃଦୟରେ ସବୁବେଳେ ସ୍ଵତନ୍ତ୍ର ସ୍ଥାନ ରହିଛି। ଗରିବ ଲୋକଙ୍କ ପାଇଁ ଏଭଳି ଉଦ୍ୟମ ଜାରି ରହିବ ବୋଲି କହି ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ଅଧିକ ଶ୍ରମଦିବସ ସୃଷ୍ଟି କରି ରୋଜଗାର ଦେବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ କୋଭିଡର ଏହି ୨ୟ ଲହରରେ ଗରିବ ଲୋକଙ୍କ ଅସୁବିଧା ଦୂର କରିବା ପାଇଁ ୧୬୯୦ କୋଟି ଟଙ୍କାର ସ୍ଵତନ୍ତ୍ର ସହାୟତା ଘୋଷଣା କରିଛନ୍ତି। ବିଭିନ୍ନ କୃଷି ଯୋଜନାର ସଫଳ ରୂପାୟନ ଦିଗରେ ଯାଞ୍ଚ ଓ ତଦାରଖ ବ୍ୟବସ୍ଥାକୁ କଡାକଡି କରିବା ପାଇଁ କ୍ରୁଷି ବିଭାଗ ପକ୍ଷରୁ ଯୁଗ୍ମ ସ୍କ୍ବାଡ୍ ଗଠନ କରାଯାଇଛି। ଏଥିରେ କୃଷି, ଉଦ୍ୟାନ କୃଷି ଏବଂ ମୃତ୍ତିକା ସଂରକ୍ଷଣ ଓ ଜଳଛାୟା ଉନ୍ନୟନ ନିର୍ଦ୍ଦେଶାଳୟର ବରିଷ୍ଠ ଅଧିକାରୀମାନଙ୍କୁ ସାମିଲ କରାଯାଇଛି। କୃଷି ଭବନଠାରେ ନବଗଠିତ ସ୍କ୍ବାଡ୍ର ଅଧିକାରୀମାନଙ୍କ ବୈଠକରେ ଅଧ୍ୟକ୍ଷତା କରି ବିଭାଗୀୟ ମନ୍ତ୍ରୀ ଡଃ ଅରୁଣ କୁମାର ସାହୁ କୃଷକଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ବିଭିନ୍ନ ଯୋଜନାର ଅଗ୍ରଗତି ସଂପର୍କରେ ତଦାରଖ କରି ରିପୋର୍ଟ ପ୍ରଦାନ କରିବା ପାଇଁ ସଂପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।